ଓଡ଼ିଶା ରାଜନୀତି

ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍‌ ନିଲମ୍ବିତ

Advertisement

ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍‌ ପ୍ରଧାନଙ୍କୁ ନିଲମ୍ବନ କରାଯାଇଛି। ତେବେ ଉଦିତ୍‌ଙ୍କୁ ଜାତୀୟ ଛାତ୍ର କଂଗ୍ରେସ ସଭାପତି(NSUI) ନିଲମ୍ବନ କରିଛନ୍ତି। ଉଦିତ୍‌ଙ୍କ ନାମରେ ବଳାତ୍କାର ଅଭିଯୋଗ ଆସିବା ପରେ ତାଙ୍କୁ ଦଳରୁ ନିଲମ୍ବନ କରାଯାଇଛି।

ସୂଚନାଯୋଗ୍ୟ, ଜଣେ ୧୯ ବର୍ଷୀୟା ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦେଇ ବଳାତ୍କାର କରିବା ଅଭିଯୋଗରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ପୋଲିସ ରବିବାର ରାତିରେ ଗିରଫ କରିଛି। ଉଦିତଙ୍କୁ ସୋମବାର କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।ଅଭିଯୋଗ ଅନୁଯାୟୀ, ପୀଡ଼ିତା ହେଉଛନ୍ତି ଚନ୍ଦକା ଥାନା ଅଞ୍ଚଳର। ସେ ଓ ତାଙ୍କର ଜଣେ ସାଙ୍ଗ ଅନ୍ୟ ଜଣେ ଯୁବକଙ୍କ ସହ ଗତ ମାର୍ଚ୍ଚ ୧୮ ସନ୍ଧ୍ୟାରେ ମାଷ୍ଟରକ୍ୟାଣ୍ଟିନକୁ ବୁଲି ଯାଇଥିଲେ। ଏହାପରେ ସେଠାରେ ଉଦିତ୍‌ ସେମାନଙ୍କ ଗାଡ଼ିରେ ଆସି ବସିଥିଲେ। ତାଙ୍କୁ ବୁଲେଇ ନେବାକୁ କହି ମଞ୍ଚେଶ୍ୱର ଥାନା ଅଞ୍ଚଳର ଏକ ହୋଟେଲକୁ ନେଇଯାଇଥିଲେ।

Advertisement

ସେଠାରେ ଉଦିତ ଓ ଅନ୍ୟମାନେ ମଦ୍ୟପାନ କରିଥିଲେ। ଉଦିତ ତାଙ୍କୁ ମୃଦୁ ପାନୀୟରେ ନିଶା ଦ୍ରବ୍ୟ ମିଶାଇ ପିଇବାକୁ ଦେବା ପରେ ତାଙ୍କ ମୁଣ୍ଡ ବୁଲେଇଥିଲା। ସେ ଘରକୁ ଯିବାକୁ ଚେଷ୍ଟା କରିବାରୁ ଉଦିତ ଓ ଅନ୍ୟମାନେ ତାଙ୍କୁ ଛାଡ଼ି ନ ଥିଲେ। ତାଙ୍କୁ ନିଶା ହୋଇଯିବା ପରେ ଉଦିତ ତାଙ୍କୁ ବଳାତ୍କାର କରିଥିଲେ। ପ୍ରାୟ ୩୦ମିନିଟ ପରେ ତାଙ୍କ ଆଖି ଖୋଲିବାରୁ ଏ ବିଷୟରେ ସେ ଜାଣିପାରିଥିଲେ। ଉଦିତ ତାଙ୍କୁ ଧମକ ଦେବାରୁ ସେ ଚୁପ ରହିଥିଲେ।

ତେବେ ବର୍ତ୍ତମାନ ପରିସ୍ଥିତିରେ ନାରୀଙ୍କୁ ନ୍ୟାୟ ଦେବା ଅଭିଯାନ ଚାଲିଥିବା ବେଳେ ପୀଡ଼ିତା ସାହସ କରି ଏତଲା ଦେଇଛନ୍ତି ବୋଲି ଜଣାଇଛନ୍ତି। ରବିବାର ରାତି ୮ଟା ୩୦ରେ ଅଭିଯୋଗ ପାଇ ପୋଲିସ ମାମଲା ରୁଜୁ କରିବା ସହ ଉଦିତଙ୍କୁ ଉଠାଇ ଆଣିଥିଲା। ତେବେ ଘଟଣା ଦିନ ହୋଟେଲରେ ଉପସ୍ଥିତ ଥିବା ଅନ୍ୟମାନଙ୍କୁ ମଧ୍ୟ ମାମଲାର ତଦନ୍ତ ପରିସରଭୁକ୍ତ କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।

Advertisement

Leave a Reply

Your email address will not be published. Required fields are marked *